ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠାରୁ ରାଜ୍ୟର ସବୁ ସହରାଞ୍ଚଳରେ ସପ୍ତାହାନ୍ତ ସଟ୍ଡାଉନ୍ ଲାଗୁ ହୋଇଛି। କରୋନା ସଂକ୍ରମଣରେ ରୋକିବା ଲାଗି ରାଜ୍ୟ ସରକାର ଘୋଷଣା କରିଥିବା ସପ୍ତାହାନ୍ତ ସଟ୍ଡାଉନ୍ ପାଳନ ପାଇଁ ସବୁଠି କଡ଼ାକଡ଼ି ଚେକିଂ ଓ ବ୍ଲକିଂ କରାଯାଇଛି। ସଟଡାଉନ୍ ଅବଧି ଆଜି ସକାଳୁ ଆରମ୍ଭ ହୋଇଥିବା ବେଳେ ଏହା ସୋମବାର ସକାଳ ପର୍ଯ୍ୟନ୍ତ ଜାରିରହିବ । ଏହି ସମୟରେ କେବଳ ଅତ୍ୟାବଶ୍ୟକ ସେବାକୁ ଛାଡ଼ି ଅନ୍ୟ କୌଣସି କାର୍ଯ୍ୟକ୍ରମକୁ ଅନୁମତି ମିଳିବ ନାହିଁ ବୋଲି ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ସୂଚନା ଦେଇଥିଲେ। ଜରୁରୀକାଳୀନ କାର୍ଯ୍ୟରେ ନିୟୋଜିତ କର୍ମଚାରୀମାନେ ପରିଚୟପତ୍ର ଦେଖାଇ ଯାଇପାରିବେ। ସଟଡାଉନ୍ କଟକଣା ଶୁକ୍ରବାର ରାତି ୯ଟାରୁ ସୋମବାର ସକାଳ୫ଟା ଯାଏଁ ଲାଗୁ ହେବ । ତେବେ ୫ଟାରୁ ୬ଟା ଯାଏଁ ପ୍ରାତଃଭ୍ରମଣ ଓ ସାଇକେଲିଂ ପାଇଁ ଏକ ଘଣ୍ଟା କୋହଳ କରାଯାଇଛି । ସଟଡାଉନ୍ ବେଳେ ସମୟରେ ସାଧାରଣ ଲୋକଙ୍କ ଯାତାୟତ ଉପରେ କଟକଣା ଜାରି କରାଯାଇଛି । ଟ୍ବିନ୍ ସିଟି କଟକ ଏବଂ ଭୁବନେଶ୍ବରରେ ସଟ୍ଡାଉନ୍ କଡାକଡି ପାଳନ କରିବାକୁ ଲୋକମାନଙ୍କୁ ନିବେଦନ କରିଛନ୍ତି ସିପି । ଏହା ସହିତ ଟ୍ବିନ୍ ସିଟିରେ ମୋଟ ୬୮ଟି ସ୍ଥାନରେ ଚେକିଂ କଡାକଡି କରାଯାଉଛି । ଏଥି ମଧ୍ୟରୁ କଟକରେ ୨୫ଟି ଏବଂ ଭୁବନେଶ୍ବରରେ ୪୩ଟି ସ୍ଥାନରେ ଚେକ୍ ପୋଷ୍ଟ କରାଯାଇଛି । ଚେକ୍ ପୋଷ୍ଟମାନଙ୍କରେ ଚେକିଂକୁ ବ୍ୟାପକ କରାଯିବ ବୋଲି ସେ କହିଛନ୍ତି ।
More Stories
ଆରଜି କର ଦୁଷ୍କର୍ମ ଓ ହତ୍ୟା ଘଟଣା: ଦୋଷୀ ସଞ୍ଜୟ ରୟକୁ ଆଜୀବନ କାରାଦଣ୍ଡ…..
୨୪ରୁ ପ୍ରଧାନମନ୍ତ୍ରୀ ଆବାସ ସର୍ଭେ…..
ଓଡିଶା ବହୁ ବିଧ ଖଣିଜ ସମ୍ପଦରେ ଭରପୂର ରାଜ୍ୟ….