ରିପୋର୍ଟ କାର୍ଡ / ଭୁବନେଶ୍ୱର
ମେଷ: ରବିବାରଠାରୁ ମଙ୍ଗଳବାର ନୂତନ କାର୍ଯ୍ୟ ଆରମ୍ଭ କରିବେ। ବୁଧବାର ଓ ଗୁରୁବାର ଶତ୍ରୁଦ୍ବାରା ପ୍ରଭାବିତ ହେବେ। ଶୁକ୍ରବାର ଓ ଶନିବାର ଆନନ୍ଦ ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ସୁନ୍ଦରାକାଣ୍ଡ ପାଠ କରନ୍ତୁ।
ବୃଷ: ରବିବାରଠାରୁ ମଙ୍ଗଳବାର ଭ୍ରମଣ ପ୍ରିୟ ହେବେ। ବୁଧବାର ଓ ଗୁରୁବାର ଶ୍ରୀଯୁକ୍ତ ହେବେ। ଶୁକ୍ରବାର ଓ ଶନିବାର ଅଯଥା ଖର୍ଚ୍ଚାନ୍ତରେ ପଡ଼ିବେ। ମହିଳା ଓ ବିଦ୍ୟାର୍ଥୀ କର୍ମ ଅନୁସାରେ ଫଳ ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ପାଠ କରନ୍ତୁ।
ମିଥୁନ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କାର୍ଯ୍ୟରେ ପଦୋନ୍ନତି ମିଳିବ। ବୁଧବାର ଓ ଗୁରୁବାର ଦ୍ରବ୍ୟ ଚୋରି ହୋଇପାରେ। ଶୁକ୍ରବାର ଓ ଶନିବାର ଦୂରଦେଶକୁ ଯାତ୍ରା କରିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ କ୍ରିୟାଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଗଣେଶଙ୍କ ସହସ୍ର ନାମ ପାଠ କରନ୍ତୁ।
କର୍କଟ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସୁସମ୍ବାଦ ପ୍ରାପ୍ତି ହେବ। ବୁଧବାର ଓ ଗୁରୁବାର ନୂତନ ଦ୍ରବ୍ୟ କ୍ରୟ କରିବେ। ଶୁକ୍ରବାର ଓ ଶନିବାର ମା’ଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତା କରିବେ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଭୁବନେଶ୍ବରୀଙ୍କ କବଚ ପାଠ କରନ୍ତୁ।
ସିଂହ: ରବିବାର ଭାବିଚିନ୍ତି କାର୍ଯ୍ୟ କରନ୍ତୁ। ସୋମବାରଠାରୁ ବୁଧବାର ପର୍ଯ୍ୟନ୍ତ ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ପ୍ରଶଂସିତ ହେବେ। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଆଦିତ୍ୟ ହୃଦୟ ସ୍ତୋତ୍ର ପାଠ କରନ୍ତୁ।
କନ୍ୟା: ରବିବାର ପୁରସ୍କୃତ ହେବେ। ରବିବାର ଓ ମଙ୍ଗଳବାର ଚକ୍ଷୁରେ ସମସ୍ୟା ଦେଖାଦେବ। ବୁଧବାର ଓ ଗୁରୁବାର ଜମିବାଡ଼ି ଗଣ୍ଡଗୋଳ ସମାଧାନ ହେବ। ଶୁକ୍ରବାର ଓ ଶନିବାର ଯାତ୍ରା କରିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ସଫଳତା ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଗଣେଶଙ୍କୁ ଆରାଧନା କରନ୍ତୁ।
ତୁଳା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ପରମ୍ପରାବାଦୀ ହେବେ। ବୁଧବାର ଓ ଗୁରୁବାର ଦ୍ରବ୍ୟ କ୍ରୟ କରିବେ। ଶୁକ୍ରବାର ଓ ଶନିବାର ପ୍ରଗତିଗାମୀ ହେବେ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ପାଇବେ। ରିଷ୍ଟଖଣ୍ଡନ ପାଇଁ ଶିବସ୍ତୋତ୍ର ପାଠ କରନ୍ତୁ ଓ ଗରିବଙ୍କୁ ଅନ୍ନଦାନ କରନ୍ତୁ।
ବିଛା: ରବିବାର ଓ ସୋମବାର ପ୍ରତିଷ୍ଠାଯୁକ୍ତ ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଉଦ୍ୟୋଗ ପାଇଁ ଚେଷ୍ଟା କରିବେ। ଶୁକ୍ରବାର ଓ ଶନିବାର ନିଜ ଉପରେ ଆସ୍ଥା ହରାଇପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ଯଶଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ବଗଳାମୁଖୀଙ୍କ କବଚ ପାଠ କରନ୍ତୁ।
ଧନୁ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ପୈତୃକ ସମ୍ପତ୍ତିରୁ ଲାଭବାନ୍ ହେବେ। ବୁଧବାର ଓ ଗୁରୁବାର ଦୂରଯାତ୍ରା ସଫଳତା ଆଣିଦେବ। ଶୁକ୍ରବାର ଓ ଶନିବାର ଦାର୍ଶନିକ ଚିନ୍ତାଧାରାଯୁକ୍ତ ହେବେ। ମହିଳା ଓ ବିଦ୍ୟାର୍ଥୀ ଶ୍ରୀଯୁକ୍ତ ହେବ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଦୁର୍ଗାସହସ୍ର ନାମ ପାଠ କରନ୍ତୁ।
ମକର: ରବିବାର ସୁଫଳ ପ୍ରାପ୍ତ ହେବେ। ସୋମବାର ଓ ମଙ୍ଗଳବାର ପ୍ରଗତିରେ ବାଧା ଏବଂ ବୁଧବାର ଓ ଗୁରୁବାର ଆୟ ମଧ୍ୟମ ରହିବ। ଶୁକ୍ରବାର ଓ ଶନିବାର ଧାର୍ମିକ କାର୍ଯ୍ୟରେ ଯୋଗଦେବେ। ମହିଳା ଓ ବିଦ୍ୟାର୍ଥୀ ମନନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ମା’ ଦକ୍ଷିଣକାଳୀଙ୍କୁ ଆରାଧନା କରନ୍ତୁ।
କୁମ୍ଭ: ରବିବାର ବ୍ୟୟ ଅଧିକ ହେବ। ସୋମବାର ଓ ମଙ୍ଗଳବାର ପ୍ରତିଭାର ବିକାଶ ହେବ। ବୁଧବାର ଓ ଗୁରୁବାର ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ। ଶୁକ୍ରବାର ଓ ଶନିବାର ସମସ୍ୟା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀମାନେ କର୍ମାଶ୍ରୟୀ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ରୁଦ୍ରାଷ୍ଟକମ୍ ପାଠ କରନ୍ତୁ।
ମୀନ: ରବିବାର ସମସ୍ୟାର ସମାଧାନ ହେବ। ସୋମବାର ଓ ମଙ୍ଗଳବାର ବ୍ୟସ୍ତ ହେବେ। ବୁଧବାର ଓ ଗୁରୁବାର ନିଜର ଇଷ୍ଟ ବୃତ୍ତି ପାଇଁ କାର୍ଯ୍ୟ କରିବେ। ଶୁକ୍ରବାର ଓ ଶନିବାର ଜଗିରଖି ଚଳିବେ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟଖଣ୍ଡନ ପାଇଁ ଦୁର୍ଗାଷ୍ଟକ ପାଠ କରନ୍ତୁ।
More Stories
ଆଜି ମହାପ୍ରଭୁଙ୍କ ନେତ୍ର ଉତ୍ସବ, ନବଯୌବନ ଦର୍ଶନ……
ଶୁଭ ଫଳ ପାଇବେ……
ଭବିଷ୍ୟତ ଉଜ୍ଜ୍ବଳମୟ ହେବ……