ରିପୋର୍ଟ କାର୍ଡ / ଭୁବନେଶ୍ୱର
ମେଷ: ରବିବାର ଓ ସୋମବାର ଆର୍ଥିକ ଅନଟନ ଦୂର ହେବ। ମଙ୍ଗଳବାର ଓ ବୁଧବାର ଭାବିଚିନ୍ତି କାର୍ଯ୍ୟ କରିବେ। ଗୁରୁବାର ଓ ଶୁକ୍ରବାର ସମୟ ଅନୁକୂଳ ରହିବ। ଶନିବାର ମଧ୍ୟମ ଫଳପ୍ରାପ୍ତି ହେବ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀଗଣେଶଙ୍କ ମନ୍ତ୍ର ଜପ କରନ୍ତୁ।
ବୃଷ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଯାତ୍ରା ଅନୁକୂଳ ରହିବ। ବୁଧବାର ଓ ଗୁରୁବାର ସାବଧାନତା ଅବଲମ୍ବନ କରନ୍ତୁ। ଶୁକ୍ରବାର ଓ ଶନିବାର ବନ୍ଧୁ ସହଯୋଗ ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।
ମିଥୁନ: ରବିବାର ଓ ସୋମବାର ଆର୍ଥିକ ଉନ୍ନତି ଦେଖାଦେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଉନ୍ନତ ପରିବେଶ ଓ ପରିସ୍ଥିତିର ସମ୍ମୁଖୀନ ହେବେ। ଶୁକ୍ରବାର ଓ ଶନିବାର ବିବାଦଗ୍ରସ୍ତ ହେବେ। ମହିଳା ଓ ବିଦ୍ୟାର୍ଥୀ ସହଯୋଗପ୍ରାପ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀଗଣେଶ ମନ୍ତ୍ର ପାଠ କରନ୍ତୁ।
କର୍କଟ: ରବିବାର ସାବଧାନତା ଲୋଡ଼ା। ସୋମବାର ଓ ମଙ୍ଗଳବାର ମଧ୍ୟମ ଫଳ ପ୍ରାପ୍ତ ହେବ। ବୁଧବାର ଓ ଗୁରୁବାର କାର୍ଯ୍ୟସିଦ୍ଧି ହେବ। ଶୁକ୍ରବାର ଓ ଶନିବାର କ୍ୟାରିୟର ପ୍ରତି ଯତ୍ନବାନ ହେବେ। ମହିଳା ଓ ବିଦ୍ୟାର୍ଥୀ ପ୍ରତିକ୍ରିୟାଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀଶିବଙ୍କ ସ୍ତୋତ୍ର ପାଠ କରନ୍ତୁ।
ସିଂହ: ରବିବାର କାର୍ଯ୍ୟରେ ସଫଳତା ପାଇବେ। ସୋମବାର ଓ ମଙ୍ଗଳବାର କାର୍ଯ୍ୟରେ ଦ୍ବନ୍ଦ୍ବ ଦେଖାଦେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସମସ୍ୟା ସମାଧାନ ପାଇଁ ଚେଷ୍ଟା କରିବେ। ମହିଳା ଓ ବିଦ୍ୟାର୍ଥୀ ଭାଗ୍ୟବାଦୀ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ସୂର୍ଯ୍ୟଙ୍କ ମନ୍ତ୍ର ଜପ କରନ୍ତୁ।
କନ୍ୟା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଆର୍ଥିକ ଲାଭ ସଂଘଟିତ ହେବ। ବୁଧବାର ଓ ଗୁରୁବାର ଜଗିରଖି ଚଳିବେ। ଶୁକ୍ରବାର ଓ ଶନିବାର କର୍ମ ଅନୁସାରେ ଫଳ ପ୍ରାପ୍ତି ହେବ। ମହିଳା ଓ ବିଦ୍ୟାର୍ଥୀ କର୍ମାଶ୍ରୟୀ ହେବେ। ରିଷ୍ଟଖଣ୍ଡନ ପାଇଁ ମା’ ତ୍ରିପୁରା ସୁନ୍ଦରୀଙ୍କ କବଚ ପାଠ କରନ୍ତୁ।
ତୁଳା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ। ବୁଧବାର ଓ ଗୁରୁବାର ଶତ୍ରୁ ପରାସ୍ତ ହେବେ। ଶୁକ୍ରବାର ଓ ଶନିବାର ପରିଶ୍ରମଜନିତ କ୍ଳାନ୍ତି ଅନୁଭୂତ ହେବ। ମହିଳା ଓ ବିଦ୍ୟାର୍ଥୀ ଯଶଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।
ବିଛା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ପ୍ରତିଷ୍ଠା ଲାଭ କରିପାରନ୍ତି। ବୁଧବାର ଓ ଗୁରୁବାର କୃଷିଜାତ ଦ୍ରବ୍ୟରୁ ଲାଭବାନ ହେବେ। ଶୁକ୍ରବାର ଓ ଶନିବାର ପ୍ରତିଯୋଗିତାରେ ବିଜୟୀ ହେବେ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀଲକ୍ଷ୍ମୀନୃସିଂହ ମନ୍ତ୍ର ଜପ କରନ୍ତୁ।
ଧନୁ: ରବିବାର ସୁସ୍ବାଦୁ ଭୋଜନ ପ୍ରାପ୍ତ ହେବ। ସୋମବାର ଓ ମଙ୍ଗଳବାର ବାଧାବିଘ୍ନର ସମ୍ମୁଖୀନ ହେବେ। ବୁଧବାର ଓ ଗୁରୁବାର ସ୍ତ୍ରୀ ହେତୁକ ଧନଲାଭ ହେବ। ଶୁକ୍ରବାର ଓ ଶନିବାର ଅତୀତର କର୍ମହେତୁ ପ୍ରାୟଶ୍ଚିତ କରିବେ। ମହିଳା ଓ ବିଦ୍ୟାର୍ଥୀ ଭାବିଚିନ୍ତି କାର୍ଯ୍ୟ କରିବେ। ରିଷ୍ଟଖଣ୍ଡନ ପାଇଁ ଓଁ ତାରେ ତୁତାରେ ତୁରେ ସ୍ବାହା ମନ୍ତ୍ର ଜପ କରନ୍ତୁ।
ମକର: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଶ୍ରୀଯୁକ୍ତ ହେବେ। ବୁଧବାର ଓ ଗୁରୁବାର କର୍ମବନ୍ଧନ ଯୋଗ ଦେଖାଦେବ। ଶୁକ୍ରବାର ଓ ଶନିବାର କାର୍ଯ୍ୟରେ ପଦୋନ୍ନତି ମିଳିପାରେ। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଶିବ ସହସ୍ରନାମ ପାଠ କରନ୍ତୁ।
କୁମ୍ଭ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମେ ଆନନ୍ଦ ପ୍ରାପ୍ତ ହେବ। ବୁଧବାର ଓ ଗୁରୁବାର କର୍ମପ୍ରବଣତା ପ୍ରକାଶିତ ହେବ। ଶୁକ୍ରବାର ଓ ଶନିବାର ସ୍ତ୍ରୀ ହେତୁକ ଧନପ୍ରାପ୍ତି ହେବ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ରୁଦ୍ରାଷ୍ଟକ ପାଠ କରନ୍ତୁ।
ମୀନ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ନୂତନ କାର୍ଯ୍ୟରେ ଯୋଗଦେବେ। ବୁଧବାର ଓ ଗୁରୁବାର ପ୍ରତିଯୋଗିତାରେ ବିଜୟୀ ହେବେ। ଶୁକ୍ରବାର ଓ ଶନିବାର ଦୁର୍ଘଟଣାଗ୍ରସ୍ତ ହୋଇପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ଆନନ୍ଦଚିତ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ମା’ ତାରାଙ୍କ କବଚ ପାଠ କରନ୍ତୁ।
Discussion about this post