ରିପୋର୍ଟ କାର୍ଡ / ଭୁବନେଶ୍ୱର
ମେଷ: ରବିବାର ଓ ସୋମବାର ଆୟ ବୃଦ୍ଧି ହେବ। ମଙ୍ଗଳବାର ଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ପ୍ରତିକୂଳ ରହିବ। ଶୁକ୍ରବାର ଓ ଶନିବାର ନୂତନ କାର୍ଯ୍ୟ ଆରମ୍ଭ କରିବେ। କାର୍ଯ୍ୟରେ ପଦୋନ୍ନତି ମିଳିପାରେ। ମହିଳା ଓ ବିଦ୍ୟାର୍ଥୀ ଲାଭବାନ ହେବେ। ରିଷ୍ଟଖଣ୍ଡନ ପାଇଁ ବଗଳାମୁଖୀଙ୍କ ମନ୍ତ୍ର ଜପ କରନ୍ତୁ।
ବୃଷ: ରବିବାର ଓ ସୋମବାର ପ୍ରତିଷ୍ଠାଯୁକ୍ତ ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ବ୍ୟବସାୟରେ ଲାଭବାନ ହେବେ। ଶୁକ୍ରବାର ଓ ଶନିବାର ଦାମ୍ପତ୍ୟରେ କଳହ ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ଭାବିଚିନ୍ତି କାର୍ଯ୍ୟ କରିବେ। ରିଷ୍ଟଖଣ୍ଡନ ପାଇଁ ଶିବଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ।
ମିଥୁନ: ରବିବାର ଓ ସୋମବାର ଆଧ୍ୟାତ୍ମିକ କାର୍ଯ୍ୟରେ ଯୋଗଦେବେ। ମଙ୍ଗଳବାର ଠାରୁ ଗୁରୁବାର ପର୍ଯ୍ୟନ୍ତ ଚାକିରି କ୍ଷେତ୍ରରେ ନିଯୁକ୍ତି ପାଇବେ। ଶୁକ୍ରବାର ଓ ଶନିବାର ବନ୍ଧୁଙ୍କ ସହଯୋଗ ଲାଭ ହେବ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଗଣେଶଙ୍କ ମନ୍ତ୍ର ପାଠ କରନ୍ତୁ।
କର୍କଟ: ରବିବାର ଓ ସୋମବାର ଅସ୍ଥିରମନା ହେବେ। ମଙ୍ଗଳବାରଠାରୁ ଗୁରୁବାର ଋଣଗ୍ରସ୍ତ ହୋଇପାରନ୍ତି। ଶୁକ୍ରବାର ଓ ଶନିବାର ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ। କାର୍ଯ୍ୟରେ ପଦୋନ୍ନତି ମିଳିପାରେ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ହ୍ରୀଂ ଓଁ ମନ୍ତ୍ର ଜପ କରନ୍ତୁ।
ସିଂହ: ରବିବାର ଓ ସୋମବାର ନୂତନ ଦ୍ରବ୍ୟ କ୍ରୟ କରିବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଜଗିରଖି ଚଳିବେ। ଶୁକ୍ରବାର ଓ ଶନିବାର ସନ୍ତାନମାନଙ୍କୁ ନେଇ ଚିନ୍ତା କରିବେ। ମହିଳା ଓ ବିଦ୍ୟାର୍ଥୀ, ପ୍ରତିକ୍ରିୟାଶୀଳ ହେେବ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଆଦିତ୍ୟ ହୃଦୟ ସ୍ତୋତ୍ର ପାଠ କରନ୍ତୁ।
କନ୍ୟା: ରବିବାର ଓ ସୋମବାର ବିବାଦରେ ପଡ଼ିପାରନ୍ତି। ମଙ୍ଗଳବାର ଠାରୁ ଗୁରୁବାର ପର୍ଯ୍ୟନ୍ତ ବିବେକ ଅନୁମୋଦିତ କାର୍ଯ୍ୟକରି ପ୍ରଶଂସିତ ହେବେ। ଶୁକ୍ରବାର ଓ ଶନିବାର ସମସ୍ୟା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଶିବଙ୍କ ସ୍ତୋତ୍ର ପାଠ କରନ୍ତୁ।
ତୁଳା: ରବିବାର ଓ ସୋମବାର ବ୍ୟବସାୟରେ ଲାଭବାନ ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ପ୍ରତିକୂଳ ଦେଇ ଗତି କରିବ। ଶୁକ୍ରବାର ଓ ଶନିବାର କାର୍ଯ୍ୟରେ ପଦୋନ୍ନତି ମିଳିପାରେ। ମହିଳା ଓ ବିଦ୍ୟାର୍ଥୀ ସମସ୍ୟାଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ରୁଦ୍ରାଷ୍ଟକ ପାଠ କରନ୍ତୁ।
ବିଛା: ରବିବାର ଓ ସୋମବାର ଆଘାତପ୍ରାପ୍ତ ହୋଇପାରନ୍ତି। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ନୂତନ ନିଯୁକ୍ତି ପ୍ରାପ୍ତ ହେବ। ଶୁକ୍ରବାର ଓ ଶନିବାର ଶତ୍ରୁଠାରୁ ଦୂରେଇ ରହନ୍ତୁ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳନ୍ତୁ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ବଜରଙ୍ଗବାଣ ପାଠ କରନ୍ତୁ।
ଧନୁ: ରବିବାର ଓ ସୋମବାର ନୂତନ କାର୍ଯ୍ୟ ଆରମ୍ଭ କରିବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସାମାଜିକ କାର୍ଯ୍ୟରେ ଯୋଗ ଦେବ। ଶୁକ୍ରବାର ଓ ଶନିବାର କାର୍ଯ୍ୟସିଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀ କର୍ମାଶ୍ରୟୀ ହେବେ। ରିଷ୍ଟଖଣ୍ଡନ ପାଇଁ ମା’ ତାରାଙ୍କ କବଚ ପାଠ କରନ୍ତୁ।
ମକର: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମପ୍ରବଣତା ଆପଣଙ୍କ ଭୂଷଣ ହେବ। ବୁଧବାର ଓ ଗୁରୁବାର ବନ୍ଧୁଙ୍କ ସହଯୋଗ ଲୋଡ଼ିବେ। ଶୁକ୍ରବାର ଓ ଶନିବାର ଯାତ୍ରାଜନିତ କ୍ଳେଶ ଅନୁଭୂତ ହେବ। ମହିଳା ଓ ବିଦ୍ୟାର୍ଥୀ ପ୍ରତିଷ୍ଠିତ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ନମଃ ଶିବାୟ ମନ୍ତ୍ର ଜପ କରନ୍ତୁ।
କୁମ୍ଭ: ରବିବାର ଓ ସୋମବାର ବନ୍ଧୁ ସହଯୋଗ ଲୋଡ଼ିବେ। ମଙ୍ଗଳବାର ଓ ବୁଧବାର ସୁସମ୍ବାଦ ପ୍ରାପ୍ତ ହେବ। ଗୁରୁବାର ଠାରୁ ଶନିବାର ପର୍ଯ୍ୟନ୍ତ କାର୍ଯ୍ୟରେ ପ୍ରତିପତ୍ତି ପାଇବେ। ପ୍ରତିକୂଳ ଦେଇ ଗତି କରିବ। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଶିବ ସ୍ତୋତ୍ର ପାଠ କରନ୍ତୁ।
ମୀନ: ରବିବାର ଓ ସୋମବାର ଯାତ୍ରାଜନିତ ଦୁର୍ଘଟଣାର ସମ୍ମୁଖୀନ ହେବେ। ମଙ୍ଗଳବାର ଠାରୁ ଗୁରୁବାର ପର୍ଯ୍ୟନ୍ତ ମଧ୍ୟମଫଳ ପ୍ରାପ୍ତ ହେବ। ଶୁକ୍ରବାର ଓ ଶନିବାର ସାମାଜିକ ପ୍ରତିଷ୍ଠା ପାଇବେ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀସ୍କନ୍ଦ କବଚ ପାଠ କରନ୍ତୁ।
More Stories
ଆଜି ମହାପ୍ରଭୁଙ୍କ ନେତ୍ର ଉତ୍ସବ, ନବଯୌବନ ଦର୍ଶନ……
ଶୁଭ ଫଳ ପାଇବେ……
ଭବିଷ୍ୟତ ଉଜ୍ଜ୍ବଳମୟ ହେବ……