ରିପୋର୍ଟ କାର୍ଡ / ଭୁବନେଶ୍ବର
ସ୍ବାଧୀନତା ଦିବସରେ କିଏ କେଉଁଠି କରିବେ ପତାକା ଉତ୍ତୋଳନ ଆସନ୍ତୁ ଜାଣିବା |ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭୁବନେଶ୍ବରରେ ପତାକା ଉତ୍ତୋଳନ କରିବେ। କଟକରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦୁଝରରେ ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ପତାକା ଉତ୍ତୋଳନ କରିବେ। । ସେହିପରି ସୁନ୍ଦରଗଡ଼ରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ସମ୍ବଲପୁରରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମା ସୋନପୁରରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବଲାଙ୍ଗୀରରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ, କନ୍ଧମାଳରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, କଳାହାଣ୍ଡିରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ପୁରୀରେ ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ରାୟଗଡ଼ାରେ, ଗଜପତିରେ ଖଣିମନ୍ତ୍ରୀ ବିଭୂତି ଭୂଷଣ ଜେନା, ଭଦ୍ରକରେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ନବରଙ୍ଗପୁରରେ ଶ୍ରମମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, ଅନୁଗୁଳରେ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ରାୟଗଡ଼ାରେ ମତ୍ସ୍ୟ ଏବଂ ପଶୁ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଓ ମୟୂରଭଞ୍ଜରେ ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ ପତାକା ଉତ୍ତୋଳନ କରିବେ।






More Stories
ଟ୍ୟୁଶନ ହେବେ ରାଜସ୍ବ ବାବୁ…..
ଭିତର ଭଣ୍ଡାରରେ ହେବ ଗଣତିମଣତି…..
ମହାନଦୀ ଜଳ ବିବାଦର ସ୍ଥିତି ସମୀକ୍ଷା…..