ରିପୋର୍ଟ କାର୍ଡ / ଭୁବନେଶ୍ୱର
ଡିସେମ୍ବର ପହିଲା ସୁଦ୍ଧା ହିତାଧିକାରୀଙ୍କୁ ଶୀତ ସହାୟତା ପ୍ରଦାନ କରାଯିବ | ୩ ଶହ ଟଙ୍କା ଲେଖାଏଁ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ତେବେ ଭତ୍ତା ପାଉଥିବା ୪୮ ଲକ୍ଷରୁ ଅଧିକ ହିତାଧିକାରୀ ଏହି ସହାୟତା ପାଇବେ । ଶୀତ ସହାୟତା ପାଇଁ ୧୪୬ କୋଟି ଟଙ୍କା ମଞ୍ଜୁର କରିଛନ୍ତି ରାଜ୍ୟ ସରକାର । ପ୍ରତି ଦୁଇବର୍ଷରେ ଥରେ ହିତାଧିକାରୀଙ୍କୁ ମିଳିଥାଏ ଏହି ଶୀତ ସହାୟତା । ଏହି ଶୀତ ସହାୟତା ଯୋଗୁଁ ଲକ୍ଷାଧିକ ହିତାଧିକାରୀ ଉପକୃତ ହେବେ । ଏହାସହିତ ଶୀତ ପ୍ରବାହ ସମୟରେ କେହି ଯେପରି ଖୋଲା ସ୍ଥାନରେ ଅସହାୟ ଭାବରେ ନ ରୁହନ୍ତି, ସେଥିପ୍ରତି ବିଶେଷ ଦୃଷ୍ଟି ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ପଞ୍ଚାୟତିରାଜ ବିଭାଗ, ନଗର ଉନ୍ନୟନ ବିଭାଗ ତଥା ଜିଲ୍ଲାପାଳ ଓ ମ୍ୟୁନିସପାଲ କର୍ତ୍ତୃପକ୍ଷମାନେ ତୁରନ୍ତ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିବା ସୂଚନା ମିଳୁଛି ।






More Stories
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା…..
ଆଜି ରାଜ୍ୟ କ୍ୟାବିନେଟ ବୈଠକ….
୧୦ରେ ରାଜ୍ୟ କ୍ୟାବିନେଟ୍…..