ରିପୋର୍ଟ କାର୍ଡ / ଭୁବନେଶ୍ବର
ଆସନ୍ତା ୧୫ରୁ ରାଜ୍ୟରେ ଶୀତ ପଡ଼ିବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହି ଦିନ ରାତିର ସର୍ବନିମ୍ନ ତାପମାତ୍ରାରେ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇପାରେ। ଗତକାଲି ରାତିରେ ସେମିଳିଗୁଡ଼ାରେ ସର୍ବନିମ୍ନ ତାପମାତ୍ରା ୧୨.୨ ଡିଗ୍ରୀ ଓ ଦାରିଙ୍ଗବାଡ଼ିରେ ୧୪.୫ ଡିଗ୍ରୀ ରେକର୍ଡ଼ କରାଯାଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା, ମୟୂରଭଞ୍ଜ, କେନ୍ଦୁଝର ଏବଂ ଆସନ୍ତାକାଲି ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା ଜିଲାରେ ହାଲୁକା ବର୍ଷା ହୋଇପାରେ। ପରେ ପାଗ ଶୁଖିଲା ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।






More Stories
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….