ରିପୋର୍ଟ କାର୍ଡ / କଟକ
ଆଜି ସକାଳେ ପୋଖରୀରେ ଗାଧୋଉ ଥିବାବେଳେ ବୁଡ଼ି ଜଣେ ମହିଳା ଓ ତାଙ୍କ ୭ ବର୍ଷର ପୁଅଙ୍କର ମୃତ୍ୟୁ ଘଟିଛି। ଏହି ଦୁଃଖଦ ଘଟଣା ଘଟିଛି ପୁରୁଣା ଶାସନ ଗାଁରେ। ସୂଚନା ଅନୁସାରେ, ସମ୍ପୃକ୍ତ ମହିଳା ଓ ତାଙ୍କ ୭ ବର୍ଷର ପୁଅ କୃଷ୍ଣପ୍ରସାଦ ପଞ୍ଚାୟତ ଅନ୍ତର୍ଗତ ପୁରୁଣା ଶାସନ ଗାଁରେ ଥିବା ଏକ ପୋଖରୀରେ ଗାଧୋଉ ଥିବାବେଳେ ବୁଡ଼ି ଯାଇଥିଲେ। ଅଗ୍ନିଶମ ବାହିନୀ ଉଭୟ ମା’ ଓ ପୁଅଙ୍କ ମୃତଦେହ ଉଦ୍ଧାର କରିଛି। ଘଟଣାସ୍ଥଳରେ ପୋଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି।






More Stories
ରିଲ୍ସ ନିଶାରେ ନଦୀକୁ ଡେଇଁଲେ ଯୁବକ…..
କଟକରେ ଗାଡି ଜଳିବା ଘଟଣା :ନିଆଁ ଲଗାଇଥିଲେ ମହିଳା…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..