ରିପୋର୍ଟ କାର୍ଡ / ଗଞ୍ଜାମ
ଦୁର୍ବୃତ୍ତଙ୍କ ଆକ୍ରମଣରେ ଶିଶୁ କଲ୍ୟାଣ କମିଟି ସଦସ୍ୟଙ୍କ ମୃତ୍ୟୁ ଘଟିଛି। ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଗୋଶାଣୀ ନୂଆଁ ଗାଁ ଥାନା ଅନ୍ତର୍ଗତ ବିଜିପୁର ନୀଳକଣ୍ଠ ନଗରରେ। ମୃତ ମହିଳା ଜଣଙ୍କ ହେଲେ ସୌଦାମିନୀ ରଥ। ସୌଦାମିନୀ ଘରେ ଏକୁଟିଆ ରହୁଥିଲେ। ଗତକାଲି ରାତିରେ ସୌଦାମିନୀ ନିଜ ଘରେ ଫୋନରେ କଥା ହେଉଥିଲେ। ଏହି ସମୟରେ କେହି ଦୁର୍ବୃତ୍ତ ଆସି ତାଙ୍କୁ ମୁଣ୍ଡକୁ ଏକ ବାଡ଼ିରେ ପିଟି ଦେଇଥିଲା। ସୌଦାମିନୀ ଜୋରରେ ଚିତ୍କାର କରିଥିଲେ। ସୌଦାମିନୀ ଯେଉଁ ବ୍ୟକ୍ତି ସହ ଫୋନରେ କଥା ହେଉଥିଲେ ସେ ଘଟଣାସମ୍ପର୍କରେ ପରିବାର ଲୋକଙ୍କୁ ଜଣାଇଥିଲେ। ସୌଦାମିନୀ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ପଡ଼ିଥିବା ପରିବାର ଲୋକେ ଆସି ଦେଖିଥିଲେ। ତୁରନ୍ତ ତାଙ୍କୁ ଡାକ୍ତରଖାନା ନେଇଯାଇଥିଲେ। ସେଠାରେ ଡାକ୍ତର ସୌଦାମିନୀଙ୍କୁ ମୃତ ଘୋଷଣା କରିଥିଲେ। ଆଜି ସକାଳେ ଟାଉନ ଥାନା ଏସଡିପିଓ ରାଜୀବ ଲୋଚନ ପଣ୍ଡା ଓ ଥାନା ଅଧିକାରୀ ସ୍ମୃତି ପ୍ରଭା ପ୍ରଧାନ ଓ ତାଙ୍କ ଟିମ୍ ପହଞ୍ଚି ଘଟଣାର ତଦନ୍ତ କରୁଛନ୍ତି। ଏହାସହ ପୋଲିସ ସୌଦାମିନୀଙ୍କ ଡ୍ରାଇଭରକୁ ଅଟକ ରଖି ପଚରାଉଚରା କରୁଛି।






More Stories
ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ……
୧୭ରୁ ବଜେଟ ଅଧିବେଶନ: ଆଜି ସର୍ବଦଳୀୟ ବୈଠକ…..
ଦାୟିତ୍ୱ ବାଣ୍ଟିଲେ ନବୀନ…..