ରିପୋର୍ଟ କାର୍ଡ / ଭଦ୍ରକ
ରାସ୍ତାକଡ଼ରୁ ଗର୍ଭବତୀ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏଭଳି ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ନପଂଗ କବି ସାହି ନିକଟରେ। ମୃତ ମହିଳା ଜଣଙ୍କ ହେଲେ ତପସ୍ୱିନୀ ଦାସ। ତପସ୍ୱିନୀଙ୍କୁ ଶ୍ୱଶୁର ଘର ଲୋକେ ହତ୍ୟା କରି ଫିଙ୍ଗି ଦେଇଥିବା ତାଙ୍କ ମା’ ଅଭିଯୋଗ କରିଛନ୍ତି।ତପସ୍ୱିନୀ କିଛି ଦିନ ତଳେ ସେହି ଗାଁରେ ଜଣେ ଯୁବକଙ୍କୁ ପ୍ରେମ ବିବାହ କରିଥିଲେ। ବିବାହ ପରେ ପାରିବାରିକ କଳହ ଲାଗି ରହୁଥିଲା। ଆଜି ସକାଳେ ରାସ୍ତାକଡ଼ରୁ ତପସ୍ୱିନୀଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ତପସ୍ୱିନୀଙ୍କୁ ହତ୍ୟା କରାଯାଇଛି ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି। ପୋଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ କରୁଥିବା ଜଣାପଡିଛି |






More Stories
ଆଗୁଆ ସ୍କୁଲ ଛୁଟି ଘୋଷଣା କଲେ ସରକାର…..
ଜଳୁଛି ରାଜଧାନୀ;ରେକର୍ଡ ଭାଙ୍ଗିଲା ତାତି…..
କ୍ୟାବିନେଟ ବୈଠକରେ ୮ ପ୍ରସ୍ତାବକୁ ମଞ୍ଜୁରୀ…..