ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ସର୍ମ୍ପକୀୟ ଭାଇକୁ ପ୍ରେମ କରି ଜଣେ ମହିଳା ନିଜ ନବ ବିବାହିତ ସ୍ବାମୀକୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଘଟଣାଟି ହେଉଛି ଗୁଜୁରାଟୀ ଗାନ୍ଧୀନଗରର। ବାହାଘରର ମାତ୍ର ୪ ଦିନ ପରେ ଏପରି ଅଭାବନୀୟ ଘଟଣା ଘଟିଛି। ସଂପର୍କୀୟ ଭାଇର ପ୍ରେମରେ ଉବୁଡୁବୁ ମହିଳା ସ୍ବାମୀକୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ସୂଚନାନୁସାରେ ଅହମ୍ମଦାବାଦର ବୈଭିକ ପାୟଲକୁ ବିବାହ କରିଥିଲେ। ପାୟଲ ନିଜ ସମ୍ପୀକୀୟ ଭାଇର ପ୍ରେମରେ ପଡିବା ସହ ତା ସହ ମିଶି ହତ୍ୟା ଷଡ଼ଯନ୍ତ୍ର କରିଥିଲା । ତେବେ ଦୀର୍ଘ ଘଂଣ୍ଟା ଧରି ବୈଭିକଙ୍କ କୌଣସି ସୂଚନା ନ ମିଳିବା ପରେ ପୋଲିସକୁ ଖବର ଦେଇଥିଲେ ପରିବାର। ପରେ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଛାନଭିନରେ ସତ୍ୟ ସାମ୍ନାକୁ ଆସିଛି । ଅପହରଣ ପରେ କାର ଭିତରେ ହତ୍ୟା କରି କେନାଲରେ ଫିଙ୍ଗିଥିଲେ ଅଭିଯୁକ୍ତ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….