Report Card Odisha

| Daily Odia News

ଆଇନରେ ପରିଣତ ହେଲା ମହିଳା ସଂରକ୍ଷଣ ବିଲ୍‌,ଏହି ଦିନ ଲାଗୁହେବ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ମହିଳା ସଂରକ୍ଷଣ ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ମିଳିବା ପରେ ଏହା ଆଇନରେ ପରିଣତ ହୋଇଛି। ସେପ୍ଟେମ୍ବର ୨୦ରେ ମହିଳା ସଂରକ୍ଷଣ ବିଲ୍‌ ଲୋକସଭାରେ ପାରିତ ହୋଇଥିଲା। ମହିଳା ସଂରକ୍ଷଣ ବିଲ ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ ଭୋଟିଂ ଜରିଆରେ ପାରିତ ହୋଇଥିଲା। ମହିଳା ସଂରକ୍ଷଣ ବିଲ ସପକ୍ଷରେ ୪୫୪ ଓ ବିପକ୍ଷରେ ୨ଟି ଭୋଟ୍ ପଡ଼ିଥିଲା। ଦୀର୍ଘ ୭ ଘଣ୍ଟାରୁ ଅଧିକ ସମୟର ବିତର୍କ ପରେ ଲୋକସଭାରେ ପାରିତ ହୋଇଥିଲା ବହୁ ପ୍ରତୀକ୍ଷିତ ମହିଳା ସଂରକ୍ଷଣ ବିଲ୍‌। କେନ୍ଦ୍ର ସରକାର ମହିଳା ସଂରକ୍ଷଣ ବିଲ୍ ବା ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ଲୋକସଭାରେ ଉପସ୍ଥାପନ କରାଯାଇଥିଲା। ଏହାପରେ ସେପ୍ଟେମ୍ବର ୨୧ରେ ରାଜ୍ୟସଭାରେ ମହିଳା ସଂରକ୍ଷଣ ବିଲ୍ ପାରିତ ହୋଇଥିଲା। ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ ରାଜ୍ୟସଭାରେ ସର୍ବସମ୍ମତିକ୍ରମେ ପାରିତ ହୋଇଥିଲା । ଏହି ବିଲ୍ ବିରୋଧରେ ଗୋଟିଏ ହେଲେ ଭୋଟ ପଡ଼ିଲା ନାହିଁ। ସଂସଦର ଉଭୟ ଗୃହରେ ପାରିତ ହୋଇଛି ମହିଳା ସଂରକ୍ଷଣ ବିଲ୍। ରାଜ୍ୟସଭାରେ ମହିଳା ସଂରକ୍ଷଣ ବିଲ୍‌ ପାରିତ ହେବା ପରେ ଏହା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପାଖକୁ ଯାଇଥିଲା। ଆଜି ଏହାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅନୁମୋଦନ ଦେବା ପରେ ମହିଳା ସଂରକ୍ଷଣ ବିଲ୍‌ଟି ଆଇନରେ ପରିଣତ ହୋଇଛି। କିନ୍ତୁ ଆଇନରେ ପରିଣତ ହେଲେ ମଧ୍ୟ ଏହାର ବ୍ୟବସ୍ଥା ୨୦୨୯ ପୂର୍ବରୁ ଲାଗୁ ହୋଇପାରିବ ନାହିଁ ବୋଲି ଜଣାପଡ଼ିଛି। ଏହି ବିଲ୍‌ରେ ଲୋକସଭା, ସମସ୍ତ ବିଧାନସଭା ଓ ଦିଲ୍ଲୀ ବିଧାନସଭାରେ ମହିଳାମାନଙ୍କ ପାଇଁ ୩୩% ଆସନ ସଂରକ୍ଷଣ ହୋଇ ରହିବ ବୋଲି ବ୍ୟବସ୍ଥା ରହିଛି।

Breaking News