ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୂର୍ବତନ ସାଂସଦ ସ୍ବର୍ଗତ ପ୍ୟାରୀମୋହନ ମହାପାତ୍ରଙ୍କ ଝିଅ ସିକ୍ତା ପତି କଂଗ୍ରେସରେ ଯୋଗ ଦେଇଛନ୍ତି। ପ୍ୟାରୀମୋହନଙ୍କ ମୃତ୍ୟୁର କିଛି ମାସ ପରେ ସିକ୍ତା ବିଜେଡିରେ ମିଶିଥିବାବେଳେ ବୁଧବାର ବିଜେଡି ଛାଡ଼ି କଂଗ୍ରେସରେ ଯୋଗଦେଇଥିବା ଜଣାପଡିଛି । ବୁଧିବାର ଦିନ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଓଡ଼ିଶା ପ୍ରଭାରୀ ଏ ଚେଲ୍ଲା କୁମାର ଏବଂ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପସ୍ଥିତିରେ ଆୟୋଜିତ ମିଶ୍ରଣ ପର୍ବରେ ସିକ୍ତାଙ୍କ ସମେତ ଭାରତୀୟ ରେଳ ସେବାର ପୂର୍ବତନ ଅଧିକାରୀ ହେମନ୍ତ କୁମାର ଦତ୍ତ, ରାଧାକାନ୍ତ ନାୟକ ଓ ବରିଷ୍ଠ ଆଇନଜୀବୀ ପ୍ରବୀର କୁମାର ପ୍ରଧାନ କଂଗ୍ରେସରେ ଯୋଗଦେଇଛନ୍ତି। ରାହୁଲ ଗାନ୍ଧୀଙ୍କ ଆଦର୍ଶ, କଂଗ୍ରେସର ବିଚାରଧାରା ଏବଂ ଗାନ୍ଧୀବାଦ ପ୍ରତି ସମ୍ମାନ ଜଣାଇ ସେମାନେ କଂଗ୍ରେସ ଦଳରେ ଯୋଗଦେଇଛନ୍ତି ବୋଲି କହିଥିଲେ। ଏହି କାର୍ଯ୍ୟକ୍ରମରେ ନିରଞ୍ଜନ ପଟ୍ଟନାୟକ, ରାମଚନ୍ଦ୍ର ଖୁଣ୍ଟିଆ, ବିଜୟ ପଟ୍ଟନାୟକ, ବିଭୁତି ମିଶ୍ର, ମାନସ ଚୌଧୁରୀ, ବନ୍ଦିତା ପରିଡ଼ା, ବିଶ୍ୱଜିତ ଦାଶ, ୟାସିର ନୱାଜ, ରଶ୍ମି ମହାପାତ୍ର, ଅମୀୟ ପଟ୍ଟନାୟକ, ରଜନୀ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।






More Stories
ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷା ମନ୍ତ୍ରୀ…..
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା…..
ସ୍ୱନକ୍ଷତ୍ର ଉତ୍ସବରେ ୬୬୨ବର୍ଗ କଲେଜ ସଂଘର ଶପଥ……