ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦ୍ଵିତୀୟ ଥର ପାଇଁ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ଯୋଗୀ ଆଦିତ୍ୟନାଥ | ଆଜି ଲକ୍ଷ୍ନୌ ସ୍ଥିତ ଶ୍ରୀ ଅଟଳ ବିହାରୀ ବାଜପେୟୀ ଏକନା କ୍ରିକେଟ୍ ଷ୍ଟାଡିୟମ୍ରେ ରାଜ୍ୟପାଳ ଆନନ୍ଦିବେନ ପଟେଲ ଯୋଗୀଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଶପଥଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ , କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ବିଜେପି ଶାସିତ ରାଜ୍ୟମାନଙ୍କର ମୁଖ୍ୟମନ୍ତ୍ରୀମାନେ ଯୋଗ ଦେଇଥିଲେ | ମୁଖ୍ୟମନ୍ତ୍ରୀ ଯାେଗୀ ଆଦିତ୍ୟନାଥ ଏବଂ ଦୁଇ ଉପ ମୁଖ୍ୟମନ୍ତ୍ରୀ ସମେତ କ୍ୟାବିନେଟରେ ୫୩ ଜଣଙ୍କୁ ସାମିଲ୍ କରାଯାଇଛି।






More Stories
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..