ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବୁଧବାର ଲୋକସଭାରେ ଗୁରୁତ୍ଵପୂର୍ଣ୍ଣ ସମ୍ବିଧାନ ସଂଶୋଧନ ବିଲ୍ ଆଗତ ହୋଇଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହା ଏହି ବିଲ୍ କୁ ଆଗତ କରିଛନ୍ତି। ପ୍ରଧାନମନ୍ତ୍ରୀ ହୁଅନ୍ତୁ କି ମୁଖ୍ୟମନ୍ତ୍ରୀ , ଯଦି ଏହି ପଦରେ ଥିବା ବ୍ୟକ୍ତିଙ୍କ ବିରୋଧରେ କୌଣସି ସାଂଘାତିକ ଅଭିଯୋଗ ଆସେ ଓ ଗିରଫ ହୁଅନ୍ତି ତେବେ ସେମାନଙ୍କର ପଦ ଯିବ। ୩୦ ଦିନ ପର୍ଯ୍ୟନ୍ତ ଜେଲରେ ରହିଲେ ସେମାନଙ୍କୁ ଇସ୍ତଫା ଦେବାକୁ ପଡିବ। ୫ ବର୍ଷ ପର୍ଯ୍ୟନ୍ତ ଦଣ୍ଡାଦେଶ ମାମଲାରେ ୩୦ ଦିନ ଜେଲରେ ରହିଲେ ପଦ ଯିବ। ଗିରଫ ହେବାର ୩୦ ଦିନ ପରେ ତାଙ୍କ ପଦ ରଦ୍ଦ ହୋଇଯିବ। ବିଲ୍ ଆଗତ ପରେ ଗୃହରେ ବିରୋଧୀଙ୍କ ପ୍ରବଳ ହୋହାଲ୍ଲା ଏବଂ ହଟ୍ଟଗୋଳ ଦେଖିବାକୁ ମିଳିଛି।।






More Stories
ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ ଗିରଫ…..
କୌଣସି ଲକ୍ଡାଉନ୍ ହେବନି…..
ଶପଥ ନେଲେ ନେପାଳର ନୂଆ ପ୍ରଧାନମନ୍ତ୍ରୀ….