ରିପୋର୍ଟ କାର୍ଡ / କେନ୍ଦ୍ରାପଡା
ଘର ଭିତରେ ଜୀଅନ୍ତା ଜଳିଗଲେ ଯୁବତୀ । ଏଭଳି ଏକ ଅଭାବନୀୟ ଘଟଣା କେନ୍ଦ୍ରାପଡା ଜିଲ୍ଲା ଗ୍ରାମାଞ୍ଚଳ ଥାନା କାଠିଆପଡା ଗାଁରେ ଘଟିଛି । ଯୁବତୀ ଜଣକ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀ ଥିଲେ । ଏହା ହତ୍ୟା କି ଆତ୍ମହତ୍ୟା ସେନେଇ କୌଣସି ସ୍ପଷ୍ଟ ସୂଚନା ଏଯାଏଁ ମିଳି ନାହିଁ । କେହି ଜଣେ ତାଙ୍କୁ ବ୍ଲାକ୍ମେଲିଂ କରୁଥିଲେ ବୋଲି ଯୁବତୀଙ୍କ ବାପା ଅଭିଯୋଗ କରିଛନ୍ତି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଛି। ମିଳିଥିବା ପ୍ରାଥମିକ ସୂଚନାନୁଯାୟୀ, ଯୁବତୀ ଜଣକ କିରୋସିନି ଢାଳି ହୋଇ ଆତ୍ମହତ୍ୟା କରିଛନ୍ତି ବୋଲି କୁହାଯାଉଛି । ଯୁବତୀଙ୍କ ପ୍ରେମିକ ଅଶ୍ଳୀଳ ଭିଡିଓ ଭାଇରାଲ୍ କରିଥିଲେ । ଏନେଇ ପୂର୍ବରୁ ଗ୍ରାମାଞ୍ଚଳ ଥାନାରେ ଲିଖିତ ଅଭିଯୋଗ କରାଯାଇଥିଲା । ଘଟଣା ଜଣାପଡିବା ପରେ ଉଚ୍ଚ ସ୍ତରୀୟ ତଦନ୍ତ ପାଇଁ ପୋଲିସ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି ।






More Stories
ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ…..
ରାଷ୍ଟ୍ରପତିଙ୍କ ଗସ୍ତ:୩୦ ପ୍ଲାଟୁନ ଫୋର୍ସ ମୁତୟନ…..
କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ…..