ରିପୋର୍ଟ କାର୍ଡ / କେନ୍ଦ୍ରାପଡା
କେନ୍ଦ୍ରାପଡା ପଟ୍ଟାମୁଣ୍ଡାଇରେ ଯୁବତୀ ଜିଅନ୍ତା ଜଳିଯିବା ଘଟଣାରେ ଗିରଫ ହୋଇଛନ୍ତି ପୁରୁଷ ବନ୍ଧୁ। ଯୁବତୀଙ୍କ ପୁରୁଷ ବନ୍ଧୁ ପ୍ରମୋଦ ବେହେରାଙ୍କୁ ଚେନ୍ନାଇରୁ ଗିରଫ କରି ଓଡ଼ିଶା ଆଣୁଛି ପୋଲିସ । ସଂପୃକ୍ତ ଯୁବକଙ୍କ ନାଁରେ ବ୍ଲାକମେଲିଂ ନେଇ ଅଭିଯୋଗ ହୋଇଛି । ଘଟଣାରେ ତଦନ୍ତ ଜାରି ରହିଥିବା ବେଳେ ଆଜି କାଠିଆପଡା ଗାଁକୁ ଯିବ ଫରେନସିକ୍ ଟିମ୍ । କେନ୍ଦ୍ରାପଡା ଏସପିଙ୍କ ଉପସ୍ଥିତିରେ ତଦନ୍ତ କରିବାକୁ ଯିବେ । ଏହାପେର ଖୁବଶୀଘ୍ର ଯୁବତୀଙ୍କ ମୃତ୍ୟୁର ରହସ୍ୟ ଖୋଲିବ ବୋଲି କୁହାଯାଉଛି । ଗତକାଲି ଯୁବତୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଅପରପକ୍ଷରେ ଜଣେ ପୋଲିସ ଅଧିକାରୀ କହିଛନ୍ତି, ଛାତ୍ରୀଙ୍କ ଘରୁ ପୋଲିସ ଯେଉଁ ମୋବାଇଲ ଫୋନ ଜବତ କରିଛି ତାହାର ଫରେନସିକ ଟେଷ୍ଟ ହେଲେ ବହୁ ତଥ୍ୟ ମିଳିପାରିବ। ଛାତ୍ରୀଙ୍କ ପୁରୁଷ ବନ୍ଧୁ କେଉଁ ସବୁ ଫଟୋ ଓ ଭିଡିଓ ରଖି ତାଙ୍କୁ ବ୍ଲାକ ମେଲିଂ କରୁଥିଲା ଓ ଫୋନରେ କି ପ୍ରକାର ଧମକଚମକ ଦେଉଥିଲା ତାହା ମଧ୍ୟ ଜଣାପଡ଼ିବ।






More Stories
ଫେବୃଆରୀ ୧୯ରୁ ମାଟ୍ରିକ୍ ପରୀକ୍ଷା…..
ବିଧାୟକଙ୍କୁ ହତ୍ୟା ଧମକ…..
ଏସ୍ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ଗିରଫ……