Report Card Odisha

| Daily Odia News

ଶିଖରଚଣ୍ଡୀ ପାହାଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜଧାନୀ ଭୁବନେଶ୍ୱର ଶିଖରଚଣ୍ଡୀ ପାହାଡ଼ରୁ ଅର୍ଦ୍ଧଦଗ୍ଧ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବିଳମ୍ବିତ ରାତିରେ ହସ୍ପିଟାଲ ନେବା ବାଟରେ ଯୁବକଙ୍କର ମୃତ୍ୟୁ ହୋଇଥିଲା । ମୃତ ଯୁବକ ନନ୍ଦନକାନନ ଥାନା କାଲିପଡ଼ା ଗାଁର ଲଲାଟେନ୍ଦୁ ପ୍ରଧାନଙ୍କ ୨୨ ବର୍ଷୀୟ ପୁଅ ଅବିନାଶପ୍ରଧାନ ହୋଇଥିବା ଜଣାପଡିଛି । ତେବେ ଘଟଣାସ୍ଥଳରୁ ବାଇକ୍ ମିଳିଥିବା ଜଣାପଡିଛି । ସୂଚନା ଅନୁସାରେ, ବୁଧବାର ବିଳମ୍ବିତ ରାତିରେ ଯୁବକଙ୍କୁ ହତ୍ୟା କରିବା ପରେ ହତ୍ୟାକାରୀମାନେ ଶବକୁ ଜାଳିବାକୁ ପ୍ରୟାସ କରିଥିଲେ ବୋଲି କୁହାଯାଉଛି । ଅନ୍ୟପଟେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

 

Breaking News