ରିପୋର୍ଟ କାର୍ଡ / ପାରାଦୀପ
ସକାଳୁ ବ୍ରିଜରୁ ମହାନଦୀକୁ ଡେଇଁ ପଡିଛନ୍ତି ଜଣେ ଯୁବକ । ପାରାଦୀପର ଭୂତମୁଣ୍ଡାଇ ପୋଲରୁ ଯୁବକ ମହାନଦୀକୁ ଡେଇଁ ପଡ଼ିଥିବା ସୂଚନା ରହିଛି। ତେବେ ଯୁବକ ଜଣଙ୍କ କିଏ ତାହା ଜଣାପଡ଼ି ନାହିଁ। ଆଜି ସକାଳେ ଯୁବକ ଜଣଙ୍କ ହଠାତ୍ ଭୂତମୁଣ୍ଡାଇ ପୋଲରୁ ମହାନଦୀକୁ ଡେଇଁ ପଡ଼ିଥିଲେ। ସ୍ଥାନୀୟ ଲୋକେ ଯୁବକ ଜଣଙ୍କ ଭାସୁଥିବା ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ପହଞ୍ଚି ଯୁବକଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ୟମ ଜାରି ରଖିଛନ୍ତି। ହେଲେ ଏପର୍ଯ୍ୟନ୍ତ ଯୁବକଙ୍କ ପରିଚୟ ମିଳିନାହିଁ। ତେବେ ଯୁବକ ଜଣଙ୍କ କାହିଁକି ମହାନଦୀକୁ ଡେଇଁ ପଡ଼ିଲେ ତାହା ଜଣା ପଡ଼ିନାହିଁ। ପୋଲିସ ଘଟଣାର ତଦନ୍ତ କରୁଛି।






More Stories
କଟକରେ ଗାଡି ଜଳିବା ଘଟଣା :ନିଆଁ ଲଗାଇଥିଲେ ମହିଳା…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..
ରୋଷେୟାର ତଣ୍ଟି କାଟିଦେଲା ହେଲପର…..