ରିପୋର୍ଟ କାର୍ଡ / ବ୍ରହ୍ମପୁର
ବ୍ରହ୍ମପୁର ବଡବଜାର ଥାନା ଜେନା ସାହିରେ ଏଭଳି ଅଘଟଣ ଦେଖିବାକୁ ମିଳିଛି। ଦଣ୍ଡ ନାଚ ଚାଲିଥିବାବେଳେ କମିଟି ସଦସ୍ୟ ଜଗଦୀଶ ପାଣିଗ୍ରାହୀଙ୍କୁ ଛୁରୀ ଭୁସି ହତ୍ୟା କରାଯାଇଛି। ପ୍ରଥମେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି। ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି। କମିଟି ମୁଖିଆ ନିଜ ପୁଅ ସହ ମିଶି ହତ୍ୟା କରିଥିବା ଅଭିଯୋଗ ହୋଇଛି। କୌଣସି କଥାକୁ ନେଇ ବଚସାରୁ କମିଟି ସଦସ୍ୟଙ୍କୁ ହତ୍ୟା କରାଯାଇଥିବା ଜଣାପଡିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ବାପା-ପୁଅଙ୍କୁ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି।






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..