Report Card Odisha

| Daily Odia News

ଓଡ଼ିଶାରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି। ଏହି ପର୍ଯ୍ୟାୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଓ ଜଗତସିଂହପୁର ଓ ସମ୍ବଲପୁର ଲୋକସଭା ଆସନ ଓ ଏହା ଅଧିନରେ ଥିବା ବିଧାନସଭା ଆସନରେ ଜୁନ୍ ୧ ତାରିଖରେ ନିର୍ବାଚନ ହେବ। ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏ ମତଦାନ ହେବ। ସୂଚନାଯୋଗ୍ୟ,ଏପ୍ରିଲ ୨୯ ତାରିଖରେ ତୃତୀୟ ପର୍ଯ୍ୟାୟ ଭୋଟ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏହି ପର୍ଯ୍ୟାୟରେ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଏବଂ ଭୁବନେଶ୍ୱର ଲୋକସଭା ଆସନ ଓ ଏହା ଅଧିନରେ ଥିବା ୪୨ଟି ବିଧାନସଭା ଆସନରେ ମେ’ ୨୫ ତାରିଖରେ ନିର୍ବାଚନ ହେବ। ସେହିପରି ଏପ୍ରିଲ ୨୬ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ମେ’ ୨୦ରେ ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ହେବ। ସେହିପରି ପ୍ରଥମ ପର୍ଯ୍ୟାୟ ଭୋଟ ମେ’ ୧୩ରେ ହେବ।

Breaking News