ରିପୋର୍ଟ କାର୍ଡ / ସୁନ୍ଦରଗଡ଼
ରଜାମୁଣ୍ଡା ବାଇପାସ୍ ନିକଟରେ ଏକ ବସ୍କୁ ଟ୍ରକ୍ଟିଏ ଧକ୍କା ଦେବାରୁ ୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଲିଙ୍ଗରାଜ ନାମକ ଏହି ଘରୋଇ ବସ୍ଟି ରାଉରକେଲାରୁ ବଡ଼ବିଲ ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ବସ୍ଟିରେ ପ୍ରାୟ ୩୦ ଜଣ ଯାତ୍ରୀ ଥିଲେ। ଆହତମାନଙ୍କୁ ଲହୁଣୀପଡ଼ା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ୨ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ ରାଉରକେଲା ସ୍ଥାନାନ୍ତର କରାଯାଇଛି। ପୋଲିସ ଘଟଣାର ତଦନ୍ତ କରୁଥିବା ଜଣାପଡିଛି |






More Stories
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ବିଦ୍ୟାଭାରତୀଙ୍କ ଆବେଦନର ଶୁଣାଣି ଶେଷ….
ଆମ ବସ୍’ ଯାତ୍ରା ମାଗଣା…..
ଡି.ଏ.ଭି. ପବ୍ଲିକ୍ ସ୍କୁଲ,କଳିଙ୍ଗ ନଗରରେ ରକ୍ଷାବନ୍ଧନ ଉତ୍ସବ ପାଳିତ…..