ରିପୋର୍ଟ କାର୍ଡ / ଝାରସୁଗୁଡ଼ା
ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଡଙ୍ଗା ବୁଡ଼ି ଘଟଣାରେ ଏଯାଏ ୭ ଜଣଙ୍କ ମୃତଦେହ ଉଦ୍ଧାର କରାଗଲାଣି। ଏମାନଙ୍କ ମଧ୍ୟରେ ୨ ମହିଳା ଓ ୨ ନାବାଳକଙ୍କ ସମେତ ପୁରୁଷ ଥିବା ଜଣାଯାଇଛି। ଦୁଇ ମୃତ ନାବାଳକ ହେଲେ ପିକେଶ୍ବର ରାଠିଆ ଓ ନବୀନ ରାଠିଆ। ଉଭୟଙ୍କର ବୟସ ୭ ବର୍ଷ ବୋଲି କୁହାଯାଉଛି। ଅନ୍ୟ ମୃତକଙ୍କର ଏଯାଏ ପରିଚୟ ମିଳିପାରି ନାହିଁ। ଗତକାଲି ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିଲା। ଆଜି ସକାଳେ ୬ଟି ମୃତଦେହ ଉଦ୍ଧାର ହୋଇଛି। ସୂଚନା ଅନୁସାରେ ସୀମାନ୍ତ ଛତିଶଗଡ଼ର କୋରବା ଜିଲ୍ଲା ଟପରା ଗାଁର ୬୦ ଜଣ ଲୋକ ବରଗଡ଼ ଜିଲ୍ଲା ବାଞ୍ଜିପାଲିସ୍ଥିତ ପଥରସେଣୀ ମନ୍ଦିରକୁ ଯାଇଥିଲେ। ସେଠାରେ ସମୋନେ ପୂର୍ବ ମାନସିକ ଅନୁଯାୟୀ ମନ୍ଦିରରେ ବୋଦା ବଳି ମଧ୍ୟ ଦେଇଥିଲେ। ସେଠାରୁ ଫେରିବା ବେଳେ ଶରଧା ଘାଟରୁ ପ୍ରାୟ ୧କିମି ଦୂରରେ ଡଙ୍ଗାଟି ଓଲଟି ପଡ଼ିଥିଲା। ଡଙ୍ଗାର ଉଭୟ ପାର୍ଶ୍ବରେ ବସିଥିବା ଲୋକେ ପହଁରିବାକୁ ଉଦ୍ୟମ କରିଥିବା ବେଳେ ସ୍ଥାନୟୀ ମତ୍ସ୍ୟଜୀବୀମାନଙ୍କ ଦ୍ବାରା ଉଦ୍ଧାର ହୋଇଥିଲେ।






More Stories
ରିଲ୍ସ ନିଶାରେ ନଦୀକୁ ଡେଇଁଲେ ଯୁବକ…..
କଟକରେ ଗାଡି ଜଳିବା ଘଟଣା :ନିଆଁ ଲଗାଇଥିଲେ ମହିଳା…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..