ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ କ୍ରମାଗତ ଭାବରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୩,୮୪୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୯୭ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୫,୯୯,୧୩୦ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୧୯୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୯,୭୫୫ରେ ପହଞ୍ଚିଛି। ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୨,୯୫୬ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୧୧,୩୦,୨୮୮ ଏହି ହିସାବରେ ଦେଶରେ ସୁସ୍ଥତା ହାର ୯୬.୧୨%। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୦୯୦,୮୭ ।






More Stories
ଜାଣନ୍ତୁ ଚଳିତବର୍ଷର ବଜେଟ୍…..
ବଢିଲା ଏଲପିଜି ସିଲିଣ୍ଡର ଦର….
ରାଷ୍ଟ୍ରପତିଙ୍କୁ ଭେଟିଲେ ନିର୍ମଳା ସୀତାରମଣ……