ରିପୋର୍ଟ କାର୍ଡ / ଆନନ୍ଦପୁର
ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଆଜି କେନ୍ଦୁଝର ଜିଲ୍ଲା ଘସିପୁରା ନିର୍ବାଚନମଣ୍ଡଳୀରୁ ସ୍ବାଧୀନ ପ୍ରାର୍ଥୀ ଭାବେ ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଆଜି ସକାଳେ ଘଟଗାଁ ମା’ ତାରିଣୀଙ୍କ ପୀଠରେ ଶ୍ରୀ ପଟ୍ଟନାୟକ ପୂଜାର୍ଚ୍ଚନା କରିଥିଲେ। ଏହାପରେ ହଜାର ହଜାର ସମର୍ଥକଙ୍କ ସହ ସୌମ୍ୟରଞ୍ଜନ ପଟ୍ଟନାୟକ ଆନନ୍ଦପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ସୌମ୍ୟରଞ୍ଜନ ପଟ୍ଟନାୟକ କହିଛନ୍ତି, ମା’ତାରିଣୀଙ୍କ ଆଶୀର୍ବାଦରେ ମୁଁ ଦଳୀୟ ପ୍ରାର୍ଥୀ ନହୋଇ ସ୍ବାଧୀନ ପ୍ରାର୍ଥୀ ହୋଇଛି। ଘସିପୁରା ଅଞ୍ଚଳର ଲୋକେ ଅତ୍ୟାଚାରିତ ହେଉଛନ୍ତି। ସେମାନଙ୍କୁ ଏହି ଅତ୍ୟାଚାରରୁ ମୁକ୍ତ କରିବା ପାଇଁ ଏଠାକାର ଲୋକେ ମୋତେ ଅନୁରୋଧ କଲେ। ଆଜି ସେମାନଙ୍କ ଉତ୍ସାହ ଦେଖି ମୁଁ ଅଭିଭୂତ।






More Stories
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ….
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..
ଟୁରିଷ୍ଟ ବସ୍ ଦୁର୍ଘଟଣା;ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..