ରିପୋର୍ଟ କାର୍ଡ / ଭୁବନେଶ୍ଵର
ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିଶନ ନିଯୁକ୍ତିରେ ଦୁର୍ନୀତି ଓ ପ୍ରତାପ ଜେନାଙ୍କ ଗିରଫ ଦାବି କରି ମଙ୍ଗଳବାର ରାଜଧାନୀରେ ଛାତ୍ର କଂଗ୍ରେସ ବିଧାନସଭା ଘେରାଉ କରିଛି । ବିଧାନସଭା ଚାଲିଥିବାବେଳେ ନିଜର ଦାବି ରଖିବା ପାଇଁ ଛାତ୍ର କଂଗ୍ରେସ ଲୋୟର ପିଏମଜିରେ ବିକ୍ଷୋଭ ପ୍ରଦର୍ଶନ କରିଛି | କଂଗ୍ରେସ ଭବନରୁ ଏକ ଶୋଭାଯାତ୍ରା ବାହାରି ବିଧାନସଭା ଅଭିମୁଖେ ଯିବା ବେଳେ ପୋଲିସ୍ ବିକ୍ଷୋବ କାରୀଙ୍କୁ ଅଟକାଇଥିଲା। ଫଳରେ ପୋଲିସ୍ ଓ ଛାତ୍ର କଂଗ୍ରେସ ମଧ୍ୟରେ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଛି। ଛାତ୍ରମାନେ ବାରିକେଡ ଭାଙ୍ଗି ଦେଇଥିବା ଜଣାଯାଇଛି। ପ୍ରତାପ ଜେନାଙ୍କ ଗିରଫ ଦାବି କରି ନାରା ଦେଇଥିଲେ। ଜଣେ କିରାଣିଙ୍କୁ ଗିରଫ କରି ସରକାର ନିଜ ଦାୟିତ୍ୱ ସାରି ଦେଲେ ଚଳିବ ନାହିଁ ବୋଲି ଛାତ୍ର କଂଗ୍ରେସ ପକ୍ଷରୁ କୁହାଯାଇଛି। ଦୀର୍ଘ ସମୟ ପର୍ଯ୍ୟନ୍ତ ରାଜରାସ୍ତାରେ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା। ନ୍ୟାୟ ନ ମିଳିଲା ପର୍ଯ୍ୟନ୍ତ ବିକ୍ଷୋଭ ଜାରି ରହିବ ବୋଲି ଛାତ୍ର କଂଗ୍ରେସ କହିଛି। ଉତ୍ତେଜିତ ଛାତ୍ରଙ୍କୁ ନିୟନ୍ତ୍ରଣ କରିବା ପାଇଁ ବ୍ୟାପକ ପୋଲିସ ମୁତୟନ କରାଯାଇଛି। ଅନେକ ଛାତ୍ର କଂଗ୍ରେସ ନେତାଙ୍କୁ ପୋଲିସ ଉଠାଇ ନେଇଥିଲା। ଏଥି ସହିତ ମାହାଙ୍ଗା ଡବଲ ମର୍ଡର ଘଟଣାରେ ମଧ୍ୟ ମନ୍ତ୍ରୀଙ୍କ ଇସ୍ତଫା ଦାବି କଲା ଛାତ୍ର କଂଗ୍ରେସ।
More Stories
ଭୁବନେଶ୍ୱରରେ ରାଷ୍ଟ୍ରପତି…..
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..