ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ସଂସଦ ଭବନରେ ଗ୍ୟାସ୍ ସ୍ପ୍ରେ କରିବା ଅଭିଯୁକ୍ତ ତଥା ପୂରା ପ୍ଲାନିଂର ମାଷ୍ଟରମାଇଣ୍ଡ ଲଳିତ ଝାଙ୍କୁ ଗିରଫ କରିଛି ଦିଲ୍ଲୀ ପୋଲିସ । ଦିଲ୍ଲୀ ପୋଲିସର ତନାଘନା ପରେ ଲଳିତ ଝା ନିଜ ଆଡ଼ୁ ଦିଲ୍ଲୀର କର୍ତ୍ତବ୍ୟପଥ ଥାନାରେ ଆତ୍ମସମର୍ପଣ କରିଥିଲେ। ଆତ୍ମସମର୍ପଣ ପରେ ଲଳିତଙ୍କୁ ଗିରଫ କରିଛି ପୋଲିସ । ଏହାପରେ ତାକୁ ପଚରାଉଚରା ଚାଲିଥିବା ସୂଚନା ମିଳିଛି। ସଂସଦ ଭିତରେ ଗ୍ୟାସ୍ ସ୍ପ୍ରେ ଘଟଣା ପରଠୁ ଫେରାର୍ ଥିଲେ ଲଳିତ ଝା । ତାଙ୍କୁ ଧରିବା ପାଇଁ ବ୍ୟାପକ ଖୋଳତାଡ଼ ଚଲାଇଥିଲା ଦିଲ୍ଲୀ ପୋଲିସର ସ୍ପେଶାଲ୍ ସେଲ୍ । ତାଙ୍କ ବିରୋଧରେ UAPA ଆକ୍ଟରେ ମାମଲା ରୁଜୁ ହୋଇଥିବା ବେଳେ, ସେ ହିଁ ୨୦୦୧ ପାର୍ଲାମେଣ୍ଟ ଆଟାକ୍ ବର୍ଷ ପୂର୍ତ୍ତିରେ ଏଭଳି କାଣ୍ଡ ଭିଆଇବାକୁ ଯୋଜନା କରିଥିଲା ବୋଲି କୁହାଯାଉଛି। ସଂସଦ ଭବନ ପରିସରରୁ ଧରାପଡ଼ିଥିବା ମୋଟ ୪ ଅଭିଯୁକ୍ତଙ୍କ ଫୋନ୍ ମଧ୍ୟ ସେ ନିଜ ପାଖରେ ରଖିଥିଲେ । ସେଥିରୁ ସେ ସମସ୍ତ ତଥ୍ୟ ନଷ୍ଟ କରିଦେଇଥିବା ଆଶଙ୍କା କରାଯାଉଛି । ଲଳିତ ଝା ଅନ୍ୟ ୫ ସହଯୋଗୀଙ୍କୁ ଭେଟିବା ପାଇଁ ଗୁରୁଗ୍ରାମ ଡକାଇଥିଲେ ।ଗ୍ୟାସ୍ କାଣ୍ଡର ମାଷ୍ଟରମାଇଣ୍ଡ ଲଳିତ ଝା ପଶ୍ଚିମବଙ୍ଗ ବାସିନ୍ଦା | ସେଥିପାଇଁ ତାଙ୍କୁ ଧରିବା ପାଇଁ ପଶ୍ଚିମବଙ୍ଗରେ ବି ଚାଲିଥିଲା ଛାନଭିନ୍ ।





More Stories
ଠିକ୍ ସମୟରେ କାମ ନହେଲେ କାର୍ଯ୍ୟାନୁଷ୍ଠାନ…..
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……