ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗ୍ରୀଷ୍ମ ଲହରୀ ଭିତରେ ଗତକାଲି ହୋଇଥିବା କାଳ ବୈଶାଖୀ ସାମାନ୍ୟ ଆଶ୍ୱସ୍ତି ଆଣି ଦେଇଛି। କିନ୍ତୁ ଆଜି ମଧ୍ୟ ଖରା ପ୍ରକୋପ ଜାରି ରହିବ। ହିଟୱେଭ୍ ନେଇ ଆଜି ୧୦ ଜିଲ୍ଲାକୁ ଅରେଞ୍ଜ ଓ ୧୧ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପାଣିପାଗର କେନ୍ଦ୍ରର ସୂଚନାଅନୁସାରେ ନୟାଗଡ଼, ବୌଦ୍ଧ, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର ଓ ଝାରସୁଗୁଡ଼ାରେ ଟାଣ ଖରା ହେବ। ଏଥିପାଇଁ ଏହି ଜିଲ୍ଲାକୁଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ସେହିପରି ୧୧ ଜିଲ୍ଲାକୁ ଦିଆଯାଇଛି ୟେଲୋ ମଧ୍ୟ ଜାରି କରାଯାଇଛି।ଆସନ୍ତାକାଲି ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ୫ ତାରିଖ ପରେ ରାଜ୍ୟରେ ଦିନ ତାପମାତ୍ରା ୨ରୁ ୫ଡିଗ୍ରୀ ସେଲସିୟସ୍ ଖସିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।
ଗତକାଲି ୪୫ ଡିଗ୍ରୀ ସହ ତାଳଚେର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା। ସେହିପରି ୨୮ଟି ସହରରେ ତାପମାତ୍ରା ୪୧ ଡିଗ୍ରୀରୁ ଅଧିକ ରେକର୍ଡ କରାଯାଇଥିଲା। ଅପରାହ୍ଣରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ପବନ ସହ କୁଆପଥର ହୋଇଥିଲା। ଫଳରେ ରାଜ୍ୟବାସୀ ଗୁଳିଗୁଳି ଓ ଗରମରୁ ସାମାନ୍ୟ ଆଶ୍ୱସ୍ତି ମିଳିଥିଲା।






More Stories
୧୩ରେ ରାଜ୍ୟ କ୍ୟାବିନେଟ୍……
ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ…..
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..